ଚୂନ ପଥର ଖଣିରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

ନୂଆଦିଲ୍ଲୀ: ଆଜି ସକାଳେ ଆନ୍ଧ୍ରପ୍ରଦେଶର କାଡାପାଠାରେ ଘଟିଛି ଭୟଙ୍କର ବିସ୍ଫୋରଣ। ଫଳରେ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଏକାଧିକ ଗୁରୁତର ଆହାତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁସାରେ କାଲାସାପଡୁ ବ୍ଲକର ମାମିଲାପାଲି ଗ୍ରାମରେ ଥିବା ଏକ ଚୂନ ପଥର ଖଣିରେ ଅତି କମରେ ୪୦ ଜଣ କର୍ମଚାରୀ ଉପସ୍ଥିତ ଥିଲେ। ଏହି ସମୟରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ସେପଟେ, ବିସ୍ଫୋରଣରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ୍ ମୋହନ ରେଡ୍ଡୀ ଚିନ୍ତା ପ୍ରକଟ କରିଛନ୍ତି ଏବଂ ଅଧିକାରୀଙ୍କ ସହ ଦୁର୍ଘଟଣା ହେବାର ସମ୍ଭାବ୍ୟ କାରଣ ସମ୍ପର୍କରେ ପଚାରି ବୁଝିଛନ୍ତି। ସେ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଏବଂ ବିସ୍ଫୋରଣରେ ପୀଡିତଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

Spread the love