ବୁଲା ଗାଈ-କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ସହାୟତା

ବୁଲା ଗାଈ-ଗୋରୁ, କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଜସ୍ୱ ରିଲିଫ ପାଣ୍ଠିରୁ ପାଞ୍ଚୋଟି ମହାନଗର ନିଗମ ୪୮ଟି ମ୍ୟୁନିସ୍‌ପାଲିଟି ଓ ୬୧ଟି ଏନ୍ଏସିକୁ ଷାଠିଏ ଲକ୍ଷ ଟଙ୍କାର ସହାୟତା ମଞ୍ଜୁର କରିଛନ୍ତି ।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Spread the love