୧୫ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ବଜ୍ରପାତ ଓ କାଳବୈଶାଖୀ ସମ୍ଭାବନା ଥିବା ନେଇ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଆଦି ରହିଛି। ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭବାନା ରହିଛି।

Spread the love