ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୮୦୫ ପଜିଟିଭ୍

ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୪୯୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୮୨୫୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୧୬୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୬୪୭୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love