ଗତ ୨୪ ଘଣ୍ଟାରେ ୧୨୦୭୭ ଆକ୍ରାନ୍ତ ସୁସ୍ଥ 

ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଏହା ମଧ୍ୟରେ ଆଜି ରାଜ୍ୟ ପାଇଁ ଆସିଛି ଆଶ୍ଵସ୍ତିକର ଖବର। ଗତ ୨୪ ଘଣ୍ଟାରେ ଓଡିଶାରେ ୧୨୦୭୭ ରେକର୍ଡ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୧୪୫୩୨ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରବିବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୨୦୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୬୧୧, କଟକ ଜିଲ୍ଲାରୁ ୯୧୬, ଅନୁଗୋଳରୁ ୫୮୦, ସମ୍ବଲପୁରରୁ ୫୪୩, ବରଗଡରୁ୪୬୨, ପୁରୀରୁ ୪୫୩,  ବାଲେଶ୍ଵରରୁ ୪୩୭, ବଲାଙ୍ଗୀରରୁ ୪୩୫, ନବରଙ୍ଗପୁରରୁ ୪୨୯, ଝାରସୁଗୁଡାରୁ ୪୨୫, କଳାହାଣ୍ଡିରୁ ୪୦୧, ଭଦ୍ରକରୁ ୩୮୨ ସଂକ୍ରମିତ ଆରୋଗ୍ୟଲାଭ କରିଛନ୍ତି।

Spread the love