ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦୫୯୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

ଭୁବନେଶ୍ବର ୦୨/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦,୫୯୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୨ ହଜାର ୬୨୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୭୯ ଜଣ ରହିଛନ୍ତି ।ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୨୧୩୧ ରେ ପହଞ୍ଚିଛି । ଏଥି ମଧ୍ୟରୁ ୮୭୨୨୦୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୯୦୨୦୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love