ଖସୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷରୁ ଅଧିକ ପଜିଟିଭ୍, ୨୪୨୭ ମୃତ

ନୂଆଦିଲ୍ଲୀ, ୦୭/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୨୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୬୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୪୨୭ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୪୨୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୯ ହଜାର ୯୭୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୯ ହଜାର ୧୮୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୧ ଲକ୍ଷ ୫୯ ହଜାର ୧୮୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୦୧୬୦୯ ।

Spread the love