ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ଵର ୧୮।୦୬: ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ଦ୍ଵାଦଶ ପରୀକ୍ଷା ଫଳ। ଫଳାଫଳ ଏବଂ ମୂଲ୍ୟାୟନ ପଦ୍ଧତି ନେଇ ସିଏଚଏସଇ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଦଶମ ପରୀକ୍ଷା ମାର୍କ ଆଧାରରେ ମୂଲ୍ୟାୟନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କୁ ମାଟ୍ରିକ ଭିତ୍ତିରେ ନମ୍ବର ଦିଆଯିବ। ଯେଉଁ ଛାତ୍ର-ଛାତ୍ରୀ ମାର୍କରେ ସନ୍ତୁଷ୍ଟ ନହେବେ, ପରେ ସେମାନେ ପରୀକ୍ଷା ଦେଇ ପାରିବେ। କୋଭିଡ୍ ପରିସ୍ଥିତି ସ୍ଵାଭାବିକ ହେବା ପରେ ଅଫଲାଇନ୍‌ରେ ପରୀକ୍ଷା ଦେଇ ପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Spread the love