୨୪ ଘଣ୍ଟାରେ ୩୫୭୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୨୦।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୭୫୦୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୫ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୧୮୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୪୦୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୬ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୩୩୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୧ଜଣ, ଖୋର୍ଦ୍ଧାରୁ ୫୭୧, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୮୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

Spread the love