୨୪ ଘଣ୍ଟାରେ ଦେଶରେ ବାହାରିଲେ ୪୩ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, ୭/୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦୈନିକ ଲକ୍ଷାଧିକ ସଂକ୍ରମଣ ପରେ ଏବେ ୧ ଲକ୍ଷ ତଳକୁ ଖସିଛି ପଜିଟିଭ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୩୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୩, ୭୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳେ ରହିଛି । ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୬ ଲକ୍ଷ ୬୩ ହଜାର ୬୬୫ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪ହଜାର ୨୧୧ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୭ ଲକ୍ଷ ୯୯ ହଜାର ୫୩୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୯୯୨୦।

Spread the love