ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଭଦ୍ରକ, ୧୩/୦୭: ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍, ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଆକାଶଛୁଆଁ ଦର ଦାମ ବୃଦ୍ଧି ପ୍ରତିବାଦରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଭଦ୍ରକ ଜିଲ୍ଲା କଂଗ୍ରେସ କମିଟିର ସଭାପତି ସୁବ୍ରତ ଦାସଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଦଳୀୟ କାର୍ଯ୍ୟାଳୟରୁ ଏକ ସାଇକେଲ ଶୋଭାଯାତ୍ରାରେ ଆସିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କେନ୍ଦ୍ର ସରକାରଙ୍କ ମନମୁଖୀ କାର୍ଯ୍ୟକୁ ତୀବ୍ରବିରୋଧ କରିଥିଲେ । 

ଅନ୍ୟପକ୍ଷରେ କରୋନା କାଳରେ ବେରୋଜଗାର, ଆର୍ଥିକ ମାନ୍ଦା ଅବସ୍ଥା, ଟିକIକରଣ ସହ ଏହିପରି ବିଭିନ୍ନ ପ୍ରକାର ଅବ୍ୟବସ୍ଥା ପାଇଁ ସାଧାରଣ ଲୋକଙ୍କ ଜୀଵନ ଜୀବିକା ଦୁର୍ବିସହ ହୋଇପଡି ଥିବାବେଳେ, ଉଭୟ ସରକାର ନିଦାବିଷ୍ଣୁ ସାଜିଛନ୍ତି । ଏ ନେଇ କେନ୍ଦ୍ର ସରକାରଙ୍କ ଏଭଳି ନୀତିକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ ସହ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଲିକI ଦାହ କରାଯାଇଥିଲା । ଯଦି ଦରଦାମରେ ରୋକ ନ ଲାଗେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି କଂଗ୍ରେସ ଚେତାବନୀ ଦେଇଛି ।

Spread the love