ବିଭିନ୍ନ ସ୍ଥାନରେ ଓଡ଼ିଶା ବନ୍ଦର କିଛି ଫଟୋ

ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମ ଦଳ ପକ୍ଷରୁ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି । ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ଆଦି ୪ଟି ବାମ ଦଳ ପକ୍ଷରୁ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ଗାଡ଼ି ମୋଟର ଏବଂ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି । ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଉଛି । ସେପଟେ ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି ଘୋଷଣା କରି ସାରିଛି ।

ଆଜି ସକାଳୁ ସକାଳୁ ଭୁବନେଶ୍ୱର ରେଳଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି । ବନ୍ଦ ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ, ରେଳ ଚଳାଚଳ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ।

ଭୁବନେଶ୍ୱର

 

ଭଦ୍ରକ

 

ସୋର

ସୋର

 

ଜଳେଶ୍ୱର

ପାଟଣା

Spread the love