ଆଜି ଇଦ ଉଲ ଜୁହା

ଭଦ୍ରକ ୨୧/୭ : ଆଜି ଇଦ ଉଲ ଜୁହା । ମୁସଲିମ ଧର୍ମାବଲମ୍ବୀ ମାନେ ପ୍ରଶାସନର ନିର୍ଦ୍ଦେଶ ଏବଂ ଚଉଦ ମହଲା ମୁସଲିମ ଜମାତର ଅନୁରୋଧ କ୍ରମେ ସାମାଜିକ ଦୂରତା ରଖି ଇଦଗାହ ଓ ମସଜିଦରେ ନମାଜ ପାଠ କରିଛନ୍ତି । ବିଶେଷ କରି ଇଦଗାହ ଓ ମସଜିଦରେ ୫ ଜଣ କରି ମୁସଲିମ ଧର୍ମାବଲମ୍ବୀ ମାନେ ଆସି ନମାଜ ପାଠ କରିଛନ୍ତି । ଅନ୍ୟମାନେ ନିଜ ନିଜ ଘରେ ରହି ନମାଜ ପାଠ କରିଥିବା ଲକ୍ଷ କରାଯାଇଛି । ତେବେ ଭଦ୍ରକ ସହରରେ ଥିବା ଇଦଗାହରେ ଆଜିର ଦିନରେ ହଜାର ହଜାର ମୁସଲମାନ ସମୂହ ନମାଜ ପାଠ କରିବାକୁ ଥିବା ବେଳେ ଆଜି ମାତ୍ର ପାଞ୍ଚ ଜଣରେ ସୀମିତ ରହିଥିଲା ନମାଜ ପାଠ । ତେବେ ନିରାଡ଼ମ୍ବର ଭାବେ ଏହି ପର୍ବ ପାଳନ କରାଯାଇଥିଲେ ମଧ୍ୟ ସମସ୍ତେ ନୂଆ ବସ୍ତ୍ର ପରିଧାନ କରି ନିଜ ନିଜ ଘରେ ରହି ଏହି ପର୍ବ କୁ ପାଳନ କରିଛନ୍ତି । ସେହିପରି ପୋଲିସ ପ୍ରଶାସନ ପକ୍ଷରୁ ପର୍ବକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Spread the love