ବଜ୍ରପାତରେ ଗଲା ୩ ମହିଳାଙ୍କ ପ୍ରାଣ

ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକରେ ଘଟିଛି ଅଘଟଣ। ମଥାନୀ ଗାଁରେ ବିଲରେ ଅପରାହ୍‌ଣରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସେହିପରି ସିଂଲା ଥାନା ଶାସନ ଗାଁରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଜଳେଶ୍ୱର ଥାନାର ବରଡ଼ିହା ଗାଁରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବସ୍ତା ଓ ଜଳେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅପରାହ୍‌ଣରେ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ଓ ବଜ୍ରପାତ ସହ ବର୍ଷା ହୋଇଛି।

Spread the love