୩ରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ବର ୭।୮: ଆସନ୍ତା ୨୩ ତାରିଖରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ । ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ସୂଚନା ମିଳିଛି । ଏ ନେଇ ବିଏମସି ପକ୍ଷରୁ ସମସ୍ତ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯାଇଛି । ଆଲୋଚନା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି କମିଶନର ସଞ୍ଜୟ ସିଂହ ସୂଚନା ଦେଇଛନ୍ତି ।

କୋଭିଡ୍ ସଂକ୍ରମଣ ଯୋଗୁଁ ଦୀର୍ଘ ୩ ମାସ ହେଲା ବନ୍ଦ ରହିଛି ସମସ୍ତ ମନ୍ଦିର । ତେବେ ଅଗଷ୍ଟ ଗାଇଡ୍ ଲାଇନ୍ ରେ ସରକାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁମତି ପ୍ରଦାନ କରିଥିଲେ । ସେହି କ୍ରମରେ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ଧିରେ ଧିରେ ଖୋଲିବାକୁ ଲାଗିଛି । ଏହି ଅନୁସାରେ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି ।

Spread the love