ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ ମଧ୍ୟ କାଲି ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀ ନିଜ ରେଜଲ୍ଟ ଜାଣିବା ପାଇଁ orissaresults.nic.in ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଚେକ୍‌ କରିପାରିବେ। ଆପଣଙ୍କୁ ଜଣାଇବାକୁ ଚାହିଁବୁ ଯେ ଗତକାଲି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ଏଥିପାଇଁ www.samsodisha.gov.in ୱେବସାଇଟ୍ ଭିଜିଟ୍ କରିବାକୁ ପଡ଼ିବ। ଏହି େଓ୍ଵବସାଇଟରେ ଆପଣ ଫର୍ମ ପାଇପାରିବେ। ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ।

Spread the love