ଆସନ୍ତା ୨୪ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର ୧୬।୮: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଏହା ବ୍ୟତୀତ ମୌସୁମୀ ନିମ୍ନଚାପରେଖାର ପ୍ରଭାବ ମଧ୍ୟ ରାଜ୍ୟ ଉପରେ ରହିଛି । ଏହା ପ୍ରଭାବରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତୋଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

ଏହା ବ୍ୟତୀତ ବାଲେଶ୍ବର, ପୁରୀ, କଟକ, ଖୋର୍ଦ୍ଧା, ମାଲକାନଗିରି ମୟୁରଭଞ୍ଜ, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ ।

ଜୁନ୍ ଏକ ତାରିଖରୁ ଆଜି ପର୍ଯ୍ୟନ୍ତ ୨୯ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ୨୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଯାଜପୁରରେ ସର୍ବାଧିକ ୫୪ ପ୍ରତିଶତ ବର୍ଷା କମ୍ ରେକର୍ଡ ହୋଇଛି। ୬ଟି ଜିଲ୍ଲାରେ ଅଧିକ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଚାଷ କାର୍ଯ୍ୟ ପ୍ରଭାବିତ ହୋଇଛି ।

Spread the love