ରାଜ୍ୟ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର ୨୧।୮: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଦାୟିତ୍ବ ନେବା ପରେ ଏହା ତାଙ୍କର ପ୍ରଥମ ସମୀକ୍ଷା ବୈଠକ । ବୈଠକରେ ଉଚ୍ଚ ଶିକ୍ଷା ବିଭାଗର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ଏବଂ ରୁସା ପ୍ରକଳ୍ପରେ ଆସିଥିବା ଅର୍ଥର କିଭଳି ବିନିଯୋଗ ହୋଇଛି ତା ଉପରେ ହେବ ଆଲୋଚନା । ବୈଠକରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦର ଉପଧ୍ୟକ୍ଷ ଅଶୋକ ଦାସ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ଉଚ୍ଚ ଶିକ୍ଷା ବିଭାଗର ସମୀକ୍ଷା ଏବଂ ପରେ ଗଣଶିକ୍ଷା ବିଭାଗର ସମୀକ୍ଷା କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ଦ୍ଵିତୀୟ ପର୍ଯ୍ୟାୟରେ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନର ବରିଷ୍ଠ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂରେ ସମୀକ୍ଷା କରିବେ ।

Spread the love