ନିଅଣ୍ଟିଆ ବର୍ଷା ଏବଂ ଚାଷ କାର୍ଯ୍ୟରେ ପ୍ରଭାବକୁ ନେଇ ଗରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ନିଅଣ୍ଟିଆ ବର୍ଷା। ନିଅଣ୍ଟିଆ ବର୍ଷା ଯୋଗୁ ପ୍ରଭାବିତ ହୋଇଛି ଚାଷ କାର୍ଯ୍ୟ। ଏଥିପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସମସ୍ତ ବିଭାଗ ଓ ଜିଲ୍ଲାପାଳମାନଙ୍କ ବୈଠକ ଡକାଇଛନ୍ତି। ବୈଠକରେ SRC ବି ଯୋଗ ଦେବେ। ସ୍ୱଳ୍ପ ବର୍ଷା ଯୋଗୁଁ ଯାଜପୁର, ଭଦ୍ରକ, କେନ୍ଦୁଝର ଓ ବଲାଙ୍ଗୀର ସର୍ବାଧିକ ପ୍ରଭାବିତ ହୋଇଛି। ସେହିପରି ଆହୁରି ୨୦ ଜିଲ୍ଲାରେ ମଧ୍ୟ ଉତ୍କଟ ମରୁଡ଼ି ପରିସ୍ଥିତି ଦେଖାଦେଲାଣି। ଅଗଷ୍ଟ ୩୧ ସୁଦ୍ଧା ପ୍ରତି ବ୍ଲକ ପାଇଁ ସ୍ୱତନ୍ତ୍ର କଣ୍ଟିଜେନ୍ସି ପ୍ଲାନ କରିବାକୁ OUATକୁ କୃଷି ବିଭାଗ ନିର୍ଦ୍ଦେଶ ଦେଇଛି। ପାଣି ଅଭାବ ଯୋଗୁ ବିଲକୁ କିପରି ବିକଳ୍ପ ଉପାୟରେ ପାଣି ମିଳି ପାରିବ, ସେ ଦିଗରେ ଆଲୋଚନା ହେବ।

Spread the love