୨୪ ଘଣ୍ଟାରେ ବାହାରିଲେ ୮୪୯ କରୋନା ପଜିଟିଭ୍

ଭୁବନେଶ୍ୱର ୨୬।୦୮ : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି ।

Spread the love