ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪୩ କରୋନା ଆକ୍ରାନ୍ତ

ଭୁବନେଶ୍ବର ୩୦/୦୮ : ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୯୨ ହଜାର ୪୭୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୯ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୧୧୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭ ଜଣ ପଜିଟିଭ ରହିଛନ୍ତି ।

Spread the love