ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ପିତୃପକ୍ଷ, ବିଭିନ୍ନ ଜଳାଶୟରେ ଭିଡ଼

ପୁରୀ ୨୧।୦୯: ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। କୋଭିଡ କଟକଣା ଯୋଗୁଁ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିରରେ ପିଣ୍ଡଦାନ ପାଇଁ ଅନୁମତି ନଥିବାରୁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି।

ତେବେ ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି। ଏନେଇ ମଙ୍ଗଳବାର ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବାର ଦେଖିବାକୁ ମିଳିଛି। ଦୀର୍ଘ ପନ୍ଦର ଦିନ ଧରି ପିତୃପୁରୁଷମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ।

Spread the love