ଅରିନ୍ଦମ ଦାସଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଶୋକ

ହାତୀ ଉଦ୍ଧାର ବେଳେ ପ୍ରଖର ସ୍ରୋତରେ ଓଡ୍ରାଫ ବୋଟ୍‌ ଓଲଟିବାରୁ ଜଣେ ଗଣମାଧ୍ୟମ ପ୍ରତିନିଧି ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି। ଅରିନ୍ଦମଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
https://twitter.com/GovernorOdisha/status/1441354952610172928?s=20

ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ନବୀନ ପଟ୍ଟନାୟକ । ଏହା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଲେଖିଛନ୍ତି ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି ।

 

ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।https://twitter.com/dpradhanbjp/status/1441345323452940292?s=20

 

ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ । ସେହିପରି ଅରିନ୍ଦମଙ୍କ ମୃତ୍ୟୁ ଖବରେ ମର୍ମାହତ ହୋଇଥିବା ଲେଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସେ ଲେଖିଛନ୍ତି କେନ୍ଦୁଝରରୁ ଆସିଥିବା ଏହି ଯୁବ ସାମ୍ବାଦିକ ବିଭିନ୍ନ ଚ୍ୟାଲେଞ୍ଜିଂ ରିପୋର୍ଟିଂ କରି ବେଶ୍ ସୁନାମ ଅର୍ଜନ କରିଥିଲେ। ତାଙ୍କ ନିଧନରେ ସାମ୍ବାଦିକ ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଛି।

Spread the love