ଗାନ୍ଧୀ ଜୟନ୍ତୀ: ଗାନ୍ଧୀ ସ୍ମୃତିରେ ସର୍ବଧର୍ମ ପ୍ରାର୍ଥନା ସଭା ଆୟୋଜନ, ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଓ ଉପ ରାଷ୍ଟ୍ରପତି

ନୂଆଦିଲ୍ଲୀ ୦୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଉପଲକ୍ଷେ ଗାନ୍ଧୀଙ୍କ ସ୍ମୁତିରେ ଦିଲ୍ଲୀରେ ପ୍ରାର୍ଥନା ସଭା ଆୟୋଜନ କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉପ ରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ଯୋଗ ଦେଇ ଗାନ୍ଧୀଙ୍କୁ  ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ପ୍ରାର୍ଥନା ସଭାରେ ଅନେକ ଧର୍ମର ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି। ଏହି ଅବସରରେ ଭଜନ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଛି

ଏହା ପୂର୍ବରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୋନିଆ ଗାନ୍ଧୀ ସମେତ ଅନେକ ନେତା ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ରାଜଘାଟ ପହଞ୍ଚି ବାପୁଙ୍କ ସମାଧିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଥିଲେ। ଏହା ପରେ ବିଜୟ ଘାଟ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ  ବାହାଦୂର ଶାସ୍ତ୍ରୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ତାଙ୍କ ବ୍ୟତୀତ କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ, ମନୀଷ ସିସୋଦିଆ ମଧ୍ୟ ରାଜଘାଟ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।

Spread the love