ନବୀନ ନିବାସରେ ନବ ନିର୍ବାଚିତ ପିପିଲି ବିଧାୟକ ରୁଦ୍ର ମହାରଥୀ; ସପରିବାର ଆସି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର: ନବୀନ ନିବାସରେ ନବ ନିର୍ବାଚିତ ପିପିଲି ବିଧାୟକ ରୁଦ୍ର ମହାରଥୀ । ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି  । ରୁଦ୍ରଙ୍କ ସହ ତାଙ୍କ ପତ୍ନୀ, ଭଉଣୀ ଏବଂ ମାଆ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ କୃତଜ୍ଞତା ଜଣାଇଛନ୍ତି । ସେମାନଙ୍କ ସହ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଏବଂ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ ।

Spread the love