ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ

ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ । ଲଗାତାର ପଚଂମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବାକୁ ଯାଉଛନ୍ତି ନବୀନ ପଟ୍ଟନାୟକ । ବିଧାନସଭା ନିର୍ବାଚନରେ ବିଜେଡିର ବଡ ବିଜୟ ପରେ ଲଗାତର ପଂଚମ ଥର ଲାଗି ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଆଜି ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି ।

ସକାଳ ପ୍ରାୟ ୧୦.୪୫ ଟାରେ ଶପଥ ନେଲେ ନବୀନ । ରାଜଧାନୀସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଭବ୍ୟ ସମାରୋହରେ ନବୀନ ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିସହ ନୂଆ ମନ୍ତ୍ରୀ ମଣ୍ଡଳ ବି ଶପଥ  ନେଉଛନ୍ତି । ନବୀନଙ୍କ ପଞ୍ଚମ ପାଳିର ଶପଥ ସମାରୋହରେ ଯୋଗଦେଇଛନ୍ତି ତାଙ୍କ ପରିବାର । ଭଉଣୀ ଗୀତା ମେହେଟ୍ଟା ଏବଂ ଭାଇ ପ୍ରେମ୍ ପଟ୍ଟନାୟକ ଶପଥ ସମାରୋହରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

Spread the love