ସୋଆ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଭୁବନେଶ୍ୱର: ସୋଆ ପକ୍ଷରୁ  ରବିବାର  ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି। ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ  ରାଷ୍ଟ୍ରୀୟ ଏକତା ଦିବସ ପାଳନ କରିଛନ୍ତି । ସ୍ୱାଧିନ ଭାରତର ପ୍ରଥମ ରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିନକୁ ସାରା ଭାରତ  ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରିଥାଏ । ଭାରତକୁ ଏକତା ସୂତ୍ରରେ ବାନ୍ଧି ରଖିବାରେ ସର୍ଦ୍ଦାର ପଟେଲଙ୍କ ଅବଦାନ ଅତୁଳନୀୟ ।ସମ୍ବିଧାନର ମୁଖବନ୍ଧରେ ଥିବା ଶପଥରେ ଜଣେ ନାଗରିକ ଭାରତର ଏକତା, ସୁରକ୍ଷା ଓ ଅଖଣ୍ଡତା ପ୍ରତି ସମର୍ପିତ ଥାଏ । ଏହି ଉକ୍ତିକୁ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସୋଆ କୂଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ସୋଆ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ପାଠ କରାଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ପ୍ରୋ ଭାଇସ ଚାନ୍ସସେଲର ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ ସାଇନ୍ସେସ ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି, ପୋଷ୍ଟ ଗ୍ରାଜୁଏଟ ଷ୍ଟଡିଜ୍ ଡିନ୍ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନ୍ସେସର ଡିନ୍ ପ୍ରଫେସର ବିଜୟ କୁମାର ସାହୁ, ଇନଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନ୍ସେସର ଡିନ୍ ପ୍ରଫେସର ନୀତା ମହାନ୍ତି, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ମଞ୍ଜୁଳା ଦାସ, ମୁଖ୍ୟ ପ୍ରାଶାସନିକ ଅଧିକାର ପ୍ରମୋଦ କୁମାର ପଣ୍ଡା, ୟୁନିଭର୍ସିଟି ଅଫ୍ ଆଉଟରିଚ୍ ପ୍ରୋଗ୍ରାମର ଡିନ୍ ନଚିକେତା କେ, ଶର୍ମା ଉପସ୍ଥିତ ଥିଲେ । ସେହିପରି  ଆଇଏମଏସ ଏବଂ ସମ୍ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ୍ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର  ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କୁ ଏକତାର ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମ ସୋଆ ଅଧିନରେ ଥିବା ଅନ୍ୟ ଶିକ୍ଷାନୁଷ୍ଠାନରେ ମଧ୍ୟ ଅନୁଷ୍ଠିତ ହୋଇଥିଲା ।

Spread the love