ହାତ ଛାଡି ଶଙ୍ଖ ଫୁଙ୍କିବେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ବର ୬।୧୨: ବିଜେଡିରେ ସାମିଲ ହେବେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । କଂଗ୍ରେସ ଦଳ ଛାଡିବା ପରେ କେଉଁ ଦଳକୁ ଯିବେ ପ୍ରଫୁଲ ତାହାକୁ ନେଇ ଚର୍ଚ୍ଚା ଲାଗିରହିଥିଲା । ତେବେ ସାମ୍ବାଦିକ ସମ୍ମିଳନୀ କରି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ସେ କହିଛନ୍ତି, ଆସନ୍ତା ୧୦ତାରିଖରେ ସେ ବିଜୁ ଜନତା ଦଳରେ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଭାବମୂର୍ତ୍ତିକୁ ଦେଖି ବିଜେଡିରେ ସାମିଲ ହେଉଥିବା ସେ ପ୍ରକାଶ କରିଛନ୍ତି ।

ତଳସରାରୁ କଂଗ୍ରେସର ପୂର୍ବତନ ବିଧାୟକ ଥିଲେ । କଂଗ୍ରେସର ଟାଣୁଆ ଆଦିବାସୀ ନେତା ଥିଲେ ପ୍ରଫୁଲ୍ଲ ମାଝୀ । ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିଲେ ପ୍ରଫୁଲ୍ଲ ମାଝୀ । ୨୦୦୬ରେ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିଲା । ୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ତଳସରାରୁ ବିଜୟୀ ହୋଇଥିଲେ ।  ଏହାପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ରେ ହାରିଯାଇଥିଲେ ପ୍ରଫୁଲ୍ଲ ମାଝୀ ।

Spread the love