କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା

ଭୁବନେଶ୍ବର ୯।୧୨: କୁନ୍ନୁରରେ ବାୟୁସେନା ହେଲିକାପ୍ଟର କ୍ରାସ୍ ଘଟଣାରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ।ସିଡିଏସ୍ ବିପିନ୍ ରାୱତ ଏବଂ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ।

ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିଜେପି ବିଧାୟକ ମୋହନ ମାଝୀ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ସମର୍ଥନ ଜଣାଇଲେ ।

ଗୃହରେ ବାଚସ୍ପତିଙ୍କ ସମେତ ସମସ୍ତ ସଦସ୍ୟ ଏକ ମିନିଟ୍ ପର୍ଯ୍ୟନ୍ତ ନୀରବ ପ୍ରାର୍ଥନା କରିଥିଲେ । ଗୃହରେ ଦୁଃଖ ପ୍ରକାଶ କଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୧୩ ଜଣଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୋହନ ମାଝୀ । ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Spread the love