ରାଜ୍ୟରୁ ଆଉ ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପୂର୍ବରୁ ୨ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଆଉ ୨ ଜଣ ଚିହ୍ନଟ ହୋଇଛନ୍ତି । ଉଭୟ ଓମିକ୍ରନ୍ ଆକ୍ରାନ୍ତ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଦୁହେଁ ନାଇଜେରିଆ ଫେରନ୍ତା ବୋଲି ଜଣାପଡ଼ିଛି । ଅନ୍ୟପଟେ ପୁଣି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ସର୍ଭିଲାନ୍ସକୁ ଜୋରଦାର କରାଯିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଦୈନିକ ୭୦ ହଜାରରୁ ଅଧିକ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି ବିଦେଶ ଫେରନ୍ତାଙ୍କ ଉପରେ ତୀକ୍ଷଣ ନଜର ରଖିବେ । ଟିକାକରଣକୁ ଆହୁରି ବ୍ୟାପକ କରାଯିବ ।

Spread the love