ପୁରୀ ସଂସ୍କୃତି ଭବନ ଠାରେ ଆଞ୍ଚଳିକ ଆର୍ଟ ଗ୍ୟାଲେରୀ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ, ୩୦/୧୨: ପୁରୀ ସଂସ୍କୃତି ଭବନ ଠାରେ ଆଞ୍ଚଳିକ ଆର୍ଟ ଗ୍ୟାଲେରୀ ଲୋକାର୍ପଣ ହୋଇଛି।‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେସିଙ୍ଗ୍‌ ମାଧ୍ୟମରେ ଏହାକୁ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାଶ, ସୁଭାଷ ଚନ୍ଦ୍ର ନାଥଶର୍ମା, ଲଳିତ କଳା ଏକାଡେମୀ କାର୍ଯ୍ୟକାରୀ ସମିତି ସଭ୍ୟ ମହେନ୍ଦ୍ର ପ୍ରସାଦ ମହାପାତ୍ର ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିବା ବେଳେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ଉପ ଜିଲ୍ଲାପାଳ ଭବତାରଣ ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ବିଭିନ୍ନ ଅଧିକାରୀ, ଶିଳ୍ପୀ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ।

Spread the love