ନୂଆବର୍ଷ ୨୦୨୨ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର, ୦୧/୦୧:  ନୂଆବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା । ନୂଆ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ  ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ନୂଆବର୍ଷରେhସମସ୍ତଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ ବୋଲି ସେ ଉଲ୍ଲେଖ କରିଛନ୍ତି ।ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ନୂଆବର୍ଷରେ ସମସ୍ତଙ୍କୁ ଶୁଭେଚ୍ଛା ।

ମହାପ୍ରଭୁଙ୍କ ଆଶୀର୍ବାଦରୁ ଏହି ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ଉଲ୍ଲାସ ଭରିଦେଉ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ।

Spread the love