ଆଜିର ଦିନଟି କେମିତି କଟିବ ଜାଣନ୍ତୁ…

ମେଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବୃଷ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମିଥୁନ: ଯାହା କହିବେ ତାହା କରିବେ ନାହିଁ, ଯାହା କରିବେ ତାହା କହିବେ ନାହିଁ। ଶନି ଓ ବୃହସ୍ପତି ବକ୍ରିରେ ଥିବାରୁ ନିଶ୍ଚିତ ଭାବେ ବିଳମ୍ବରେ ହେଲେ ମଧ୍ୟ ଲିଖିତ ପରୀକ୍ଷା, ମୌଖିକ ପରୀକ୍ଷା ଓ ଅନ୍ୟ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କର୍କଟ: ଦୁଃସାହାସିକ ପଦକ୍ଷେପ ନେବେ।ଖେଳକୁଦରେ ମନ ଦେବେ। ଆମଦାନୀ ଓ ରତ୍ପାନୀରେ ଲାଭ ଫଳ ମିଳିବ। ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ନୂଆ ଉତ୍ସରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସିଂହ: ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ହାସଲ କରିବେ। ମାନସିକ ଚିନ୍ତା ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।

କନ୍ୟା : କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି।

ତୁଳା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନିଜକୁ ଶକ୍ତିମାନ ଅନୁଭବ କରିବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

ବିଛା: ଶାରୀରିକ ସୁସ୍ଥତା ଅନୁଭବ କରିବେ । ପ୍ରତିଦ୍ବନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଅସମ୍ପୂର୍ଣ୍ଣ କାର୍ଯ୍ୟ ଆଜିର ଦିନରେ ସମ୍ପୂର୍ଣ୍ଣ ହେବ । ନୂତନ କାର୍ଯ୍ୟକ୍ରମ ହାତକୁ ନେବେ । ଆଜି କର୍ମ କ୍ଷେତ୍ରରେ ପଦ ଉର୍ନ୍ନତିର ରାସ୍ତା ସରଳ ଓ ସୁଗମ ହେବ ।

ଧନୁ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।

ମକର : ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

କୁମ୍ଭ: ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତିରେ ପ୍ରଶଂସିତ ହେବେ।

ମୀନ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି ମିଳିବ।

Spread the love