ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫୮ ହଜାରରୁ ଅଧିକ ପଜିଟିଭ୍, ୫୩୪ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୩୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୮୦୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୧୪୦୦୪ ସକ୍ରିୟ ମାମଲା ରହିଛି ଏବଂ ୩୪୩୨୧୮୦୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୨୫୫୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Spread the love