ଅଫେରା ରାଇଜରେ ମିହିର ଦାସ

ଆରପାରିରେ ବରିଷ୍ଠ ଅଭିନେତା ମିହିର ଦାସ । ୫୫ ବର୍ଷରେ ବୟସରେ ମିହିର ଦାସଙ୍କ ପରଲୋକ ହୋଇଛି । ପ୍ରାୟ ମାସେରୁ ଅଧିକ ସମୟ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବିଗତ କିଛି ଦିନ ହେବ ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ । କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା । ହିର ଦାସଙ୍କ ଦୁଇଟି ଯାକ କିଡନୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଯାହା ଫଳରେ ସପ୍ତାହରେ ତାଙ୍କର ତିନି ଥର ଡାଏଲିସସ ହେଉଥିଲା ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ମସିହା ଫେବ୍ରୁଆରି ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର ଦାସ । ପିଲାଟି ଦିନରୁ ଅଭିନୟ ଥିଲା ତାଙ୍କ ନିଶା ଓ ପେଶା । ସେ ପ୍ରାୟ ୧୦୦ଟି ଚଳଚ୍ଚିତ୍ରରେ ମୁଖ୍ୟ ଓ ସହ କଳାକାର ଭୂମିକାରେ ଅଭିନୟ କରିଛନ୍ତି ।

ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ବିଧାତା ଓ ୨୦୦୫ରେ ଫେରିଆ ମୋ ସୁନା ଭଉଣୀ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । କଣ୍ଠଶିଳ୍ପୀ ସଙ୍ଗୀତା ଦାସଙ୍କୁ ବିବାହ କରିଥିଲେ ମିହିର ଦାସ । ୨୦୧୦ ମସିହାରେ ସଙ୍ଗୀତାଙ୍କ ମୃତ୍ୟୁ ହୋଇଥିଲା ।

Spread the love