୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୨।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୮୮୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୬୧୪୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୭୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୨୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୯୬୧୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮୧୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୯୯୪୨୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୦୫୯୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love