ରବିବାରଠୁ ବଢିବ ବର୍ଷା

ଭୁବନେଶ୍ୱର,୨୩/୦୧: ରବିବାରଠୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଉପକୂଳ ଓଡିଶା ସମେତ କେନ୍ଦୁଝର ଓ ମୟୂରଭଞ୍ଜରେ ଘଡିଘଡି ସହିତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆହୁରି ୩ଦିନ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳରେ ସ୍ୱଳରୁ ମଧ୍ୟମ ପରିମାଣରେ ବର୍ଷା ହୋଇପାରେ । ୨୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ଶନିବାର ଚାନ୍ଦବାଲିରେ ସ୍ୱଳ୍ପ ବର୍ଷା ହୋଇଛି । ଦିନକରେ ମାତ୍ର ୦.୭ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ଜଣାପଡ଼ିଛି ।

Spread the love