ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ  ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ, ପୁରୀ, ରାୟଗଡ଼ା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ, ଭଦ୍ରକ, ଯାଜପୁର, ଜଗତସିଂପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରନ୍ତଙ୍କ ଜୀବନ ନେଇଛି ମହାମାରୀ ଭୂତାଣୁ କରୋନା । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ ହଜାର ୫୬୦କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମଣ ଗତ କିଛିଦିନ ହେବ କମ୍‍ ରହୁଛି ।

Spread the love