ଆଉ ନାହାନ୍ତି ଗାୟକ ବାପି ଲାହିରି

ପୁଣି କଳା ଜଗତ ପାଇଁ ଦୁଃଖତ ଖବର । କିଛି ଦିନ ପୂର୍ବେ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକ ହୋଇଥିବା ବେଳେ ଏବେ ଆସିଛି ଆଉ ଏକ ଦୁଃଖଦ ଖବର । ଆଉ ନାହାନ୍ତି ବିଶିଷ୍ଟ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ ବାପି ଲାହିରି । ୬୯ ବର୍ଷ ବୟସରେ ତାଙ୍କ ନିଧନ ହୋଇଛି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲର ତାଙ୍କ ପରଲୋକ ହୋଇଛି ।

ଡିସ୍କୋ ଡ୍ୟାନ୍ସର ଓ ଶରାବୀ ଭଳି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବାପି । ଚଳଚ୍ଚିତ୍ର ଡାର୍ଟି ପିକ୍ଚରରେ ଚୁଟକି ଜୋ ତୁନେ କାଟି ହେ ସଙ୍ଗୀତରେ କଣ୍ଠଦାନ ମଧ୍ୟ କରିଛନ୍ତି । ଶେଷ ଥର ପାଇଁ ୨୦୨୦ରେେ ସେ ବାଘୀ-୩ରେ ବନକର ସଙ୍ଗୀତରେ ନିର୍ଦ୍ଦେଶନା ଦେଇଥିଲେ । ସଲମାନ ଖାନଙ୍କ ସହ ରିଅଲିଟି ସୋ ବିଗ୍ ବସ୍ 15 ରେ ଶେଷ ଥର ପାଇଁ ପରଦାରେ ନଜର ଆସିଥିଲେ ବାପି । ଯେଉଁଠାରେ ସେ ତାଙ୍କ ନାତି ସ୍ବାସ୍ତିକଙ୍କ ନୂଆ ଗୀତ ‘ବଚା ପାର୍ଟି’ର ପ୍ରମୋସନ କରିଥିଲେ । ନିଜର କଳା ପାଇଁ ବେଶ ଲୋକପ୍ରିୟତା ସାଉଣ୍ଟିଥିଲେ ବାପି ଦା’ । ଗତ ବର୍ଷ ଏପ୍ରିଲରେ କୋଭିଡ ପଜିଟିଭ ପରେ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କିଛି ଦିନ ପରେ ସେ ସୁସ୍ଥ ହୋଇଥିଲେ । ଏହା ପରେ ସେ ପୁଣି ଅସୁସ୍ଥ ହୋଇଥିଲେ । ଲାହିରିଙ୍କୁ ଏକ ମାସ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ସୋମବାର ଦିନ ଡିସଚାର୍ଜ କରାଯାଇଥିଲା । କିନ୍ତୁ ମଙ୍ଗଳବାର ପୁଣି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା ପୁଣି ଡାକ୍ତରଖାନାକୁ ଅଣାଯାଇଥିଲା। ତାଙ୍କର କିଡନୀ ସମସ୍ୟା ସହ ଏକାଧିକ ସ୍ୱାସ୍ଥ୍ୟ ସମସ୍ୟା ରହିଥିଲା ।

Spread the love