ହାଇଓ୍ୱାକୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ଓ ହେଲ୍‌ପର ଗୁରୁତର

ପାଟଣା ୧୬।୦୨: ହାଇଓ୍ୱାକୁ ଧକ୍କା ଦେଲା ଟ୍ରକ । ଏହି ଦୁର୍ଘଟଣାରେ ଡ୍ରାଇଭର ଓ ହେଲ୍‌ପର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ରେଙ୍ଗାଳବେଡ଼ା ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।

ଖବର ଅନୁଯାୟୀ,  ମଣ୍ଟେକାର୍ଲ କମ୍ପାନୀର ଏକ ହାଇଓ୍ୱାର କେନ୍ଦୁଝର ପଟରୁ ତୁରୁମୁଙ୍ଗା ଆଡ଼କୁ ଆସୁଥିଲା । ଠିକ୍‌ ଏହି  ସମୟରେ ଏକ ପିଆଜ ବୋଝେଇ ଟ୍ରକ  ହାଇଓ୍ୱାକୁ ପଛ ପଟରେ ଧକ୍କା ଦେଇଥିଲା । ଯାହାଫଳରେ ଗାଡ଼ିରେ ଥିବା ଡ୍ରାଇଭର ଓ ହେଲ୍‌ପର ଗୁରୁତର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Spread the love