ସାପ୍ତାହିକ ରାଶିଫଳ

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।

ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ।ବୁଧବାର ଓ ଗୁରୁବାର ଦ୍ରବ୍ୟ ଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।

ମିଥୁନ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଟି କାର୍ଯ୍ୟରେ ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶ ସହସ୍ର ନାମ ପାଠ କରନ୍ତୁ।

କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯାତ୍ରା ଅନୁକୂଳ ରହିବ। ବୁଧବାର ଓ ଗୁରୁବାର ନକାରାତ୍ମକ ଚିନ୍ତାଧାରା ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ସଫଳତା ପାଇବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ନମଃ ମନ୍ତ୍ର ଜପ କରନ୍ତୁ।

ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପାରିବାରିକ ଅଶାନ୍ତି ଦେଖାଦେବ। ବୁଧବାର ଓ ଗୁରୁବାର ସୁସମ୍ବାଦ ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ କିଛିଟା ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।

କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର ପିତାଙ୍କ ସହିତ ମତଭେଦ ହୋଇପାରେ। ଶୁକ୍ରବାର ଓ ଶନିବାର ସଫଳତା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠିତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟରେ ବାଧା ଦେଖାଦେବ। ବୁଧବାର ଓ ଗୁରୁବାର ଆର୍ଥିକ ସମସ୍ୟା ଦୂର ହେବ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ପ୍ରଗତିରେ ପଥରୋଧ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗାଷ୍ଟକ ପାଠ କରନ୍ତୁ।

ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳ ପାଇବେ। ବୁଧବାର ଓ ଗୁରୁବାର ମାଲିମକଦ୍ଦମାରେ ପଡ଼ିପାରନ୍ତି। ସୁସମ୍ବାଦ ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ଭାଇଙ୍କ ସହଯୋଗ ପ୍ରାପ୍ତ କରିବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ପାଇବେ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ସୁସମ୍ବାଦ ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗାଷ୍ଟକ ପାଠ କରନ୍ତୁ।

ମକର: ରବିବାର ଓ ସୋମବାର ଯାନବାହନର ସୌଖ୍ୟ ପ୍ରାପ୍ତି ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପଦୋନ୍ନତି ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅନ୍ୟକୁ ସାହାଯ୍ୟ କରିବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ରନାମ ପାଠ କରନ୍ତୁ।

କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଋଣଗ୍ରସ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ସୁସମ୍ବାଦ ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ଶ୍ରୀଯୁକ୍ତ ହେ​ବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସ୍ତୋତ୍ର ପାଠ କରନ୍ତୁ।

ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରେମରେ ସଫଳତା ପାଇବେ। ବୁଧବାର ଓ ଗୁରୁବାର ମାନସିକ ଅବସାଦ ଦେଖାଦେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

Spread the love