ମାର୍ଚ୍ଚ ୧୩ ପରେ ଓଡ଼ିଶାର ଦିନ ତାପମାତ୍ରା ବୃଦ୍ଧି ପାଇପାରେ : ସିଇସି

ଭୁବନେଶ୍ୱର : ଆରବସାଗର ଆଡୁ ପୂର୍ବଭାରତ ଆଡକୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦହେବ। ଯୋଗୁଁ ଓ ଏକ ଅପର ଏୟାର ଟ୍ରଫ୍ ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ଥିବାରୁ ମାର୍ଚ୍ଚ ୧୩ରୁ ଓଡ଼ିଶାରେ ଦିନର ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଶନିବାର କୁହାଯାଇଛି । କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି ଯେ ରାଜ୍ୟର କେତେକ ସ୍ଥାନରେ ୩୭ରୁ ୩୯ ଡିଗ୍ରୀ ସେଲ୍‌ସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ। ବର୍ତମାନ ଉପକୂଳ ଓଡ଼ିଶାର ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲ୍‌ସିୟସ୍ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ୩୫ ରୁ ୩୭ ଡିଗ୍ରୀ ସେଲ୍‌ସିୟସ୍ ରହିଥିବାବେଳେ ଏହା ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଅପରିବର୍ତିତ ରହିବ ବୋଲି ବୁଲେଟିନ୍‌ରେ କୁହାଯାଇଛି। ଆରବ ସାଗରରୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ନିମନ୍ତେ ଏହି ତାପମାତ୍ରା ବୃଦ୍ଧି ପାଇ ନାହିଁ ।

Spread the love