ସୁଷମା ସ୍ୱରାଜଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକସଭା
ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସ୍ୱର୍ଗତାଃ ସୁଷମା ସ୍ୱରାଜଙ୍କ ବିୟୋଗରେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ଶ୍ରନ୍ଧାଞ୍ଜଳି ସଭା ଆୟୋଜିତ ହୋଇଛି । ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ବିଜେପିର ବରିଷ୍ଠ ନେତୃବୃନ୍ଦ ପୁଷ୍ପ ଗୁଚ୍ଛ ଦେଇ ସ୍ୱର୍ଗତାଃ ସୁଷମାଜୀଙ୍କୁ ଅଶ୍ରୁଳ
ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହ ତାଙ୍କର ସ୍ମୃତି ଚାରଣ କରିଥିଲେ । ଜଣେ ନାରୀ ନେତ୍ରୀ, ଜଣେ ସାଂସଦ ଏବଂ ଜଣେ କେନ୍ଦ୍ରମନ୍ତ୍ରୀ ଭାବେ ସୁଷମା ସ୍ୱରାଜଜୀଙ୍କ କାର୍ଯ୍ୟଦକ୍ଷତା ଏବଂ ଦୂରଦୃଷ୍ଟି
ସମଗ୍ର ଭାରତବାସୀଙ୍କୁ ଆକର୍ଷିତ କରୁଥିଲା । ଭାରତୀୟ ରାଜନୀତିରେ ସ୍ୱର୍ଗତାଃ ସୁଷମାଜୀଙ୍କ ଅବଦାନ ଅତୁଳନୀୟ ଥିଲା । ଉଭୟ କୁଟନୀତି ଓ ରାଜନୀତୀରେ ସେ ପୂରା ପାରଙ୍ଗମ ଥିଲେ । ସୁଷମା ସ୍ୱରାଜଜୀ ନାରୀ ଜାତିର ଏକ ମୁର୍ତୀମନ୍ତ ପ୍ରତୀକ ଭାବେ ନିଜକୁ ପ୍ରତିପାଦନ କରୁଥିଲେ । ସମଗ୍ର ନାରୀ ଜାତି ପାଇଁ ସେ ଏକ ଉଦାହରଣ ହୋଇ ରହିବେ ବୋଲି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା କହିଛନ୍ତି ।
ସ୍ୱର୍ଗତାଃ ସୁଷମାଜୀଙ୍କ ବିୟୋଗ ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଛି । ତାଙ୍କ ପରଲୋକରେ ଭାରତୀୟ ରାଜନୀତି ଜଣେ
ଆଦର୍ଶବାଦୀ ରାଜନେତ୍ରୀଙ୍କୁ ହରାଇଛି । ସାଧାରଣ ଜନତାଙ୍କ ନେତ୍ରୀ ଭାବେ ସେ ସାଧାରଣ ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ ଦେଇ
ସମାଧାନର ରାସ୍ତା ବାହାର କରିବାରେ ପାରଙ୍ଗମ ଥିଲେ । ସେ ଜଣେ ଅଜାତ ଶତ୍ରୁ ଭାବେ ବିବେଚିତ ହେଉଥିଲେ । ସଂସଦ ଭବନରେ ତାଙ୍କ କାର୍ଯ୍ୟକୁ ବିରୋଧୀମାନେ ମଧ୍ୟ ପ୍ରଶଂସା କରନ୍ତି । ତାଙ୍କ ବିୟୋଗ ଦେଶର ରାଜନୀତି ପାଇଁ ଏକ ଅପୂରଣୀ କ୍ଷତି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କହିଛନ୍ତି ।
ଏହି ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଓ ସୁରମା ପାଢୀ,
ବିଜେପିର ବରିଷ୍ଠ ନେତା ଡା. ଦାମୋଦର ରାଉତ, ଖାରବେଳ ସ୍ୱାଇଁ, ପ୍ରକାଶ ମିଶ୍ର, ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ,
ସାଧାରଣ ସଂପାଦକ (ସଙ୍ଗଠନ ) ମାନସ ମହାନ୍ତି, ବିଧାୟକ ସନାତନ ବିଜୁଳୀ, ମୁଖପାତ୍ର ଦିଲୀପ ମହାନ୍ତି, କୃଷକ ମୋର୍ଚ୍ଚା