କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସ୦ଖ୍ୟା ହ୍ରାସ

ନୂଆଦିଲ୍ଲୀ: ୨୪/୩ /୨୦୨୨କୁ କରୋନା ଲକଡ଼ାଉନ ଦୁଇ ବର୍ଷ ପୂରିଲା।କରୋନା ସ୍ଥିତି ଭୟଙ୍କର ହେବାରୁ ଲକଡ଼ାଉନ ହୋଇଥିଲା।କିନ୍ତୁ ଏବେ କରୋନା ହ୍ରାସ ପାଇଛିି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୮୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୬,୩୭୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୭୫୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୪୯୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୮,୦୮୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୨,୫୫,୭୫,୧୨୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୫୬,୪୪,୨୨୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୯୧,୪୨୫ଟି ନମୁନା।

Spread the love