e-KYCର ଡେଡଲାଇନ୍ ବଢ଼ାଇଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ :ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧିନରେ କେନ୍ଦ୍ର ସରକାର ଦେଶର କୃଷକଙ୍କ ଆକାଉଣ୍ଟକୁ ପ୍ରତି ୪ ମାସରେ ୨,୦୦୦ ଟଙ୍କା ଲେଖାଏ ବାର୍ଷିକ ୬ ହଜାର ଟଙ୍କା ପଠାଉଛନ୍ତି ।  ବର୍ତ୍ତମାନ ସୁଦ୍ଧା ଏହି ଯୋଜନାର ୧୦ମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ଆସିସାରିଛି । ଏହାରି ମଧ୍ୟରେ ପିଏମ କିଷାନ ସମ୍ମାନ ନିଧି ଯୋଜନା ଅଧିନରେ ପଞ୍ଜୀକୃତ ଚାଷୀଙ୍କ ପାଇଁ ଆସିଛି ଖୁସିଖବର ।

ଏହି ଯୋଜନାର ଲାଭ ପାଇବା ପାଇଁ ବାଧ୍ୟତାମୂଳକ ହୋଇଥିବା e-KYCର ଡେଡଲାଇନ୍ ବଢ଼ାଇଛନ୍ତି କେନ୍ଦ୍ର ସରକାର । ପୂର୍ବରୁ ଏହାର ଡେଡଲାଇନ୍ ୩୧ ମାର୍ଚ୍ଚ ୨୦୨୨ ଥିଲା କିନ୍ତୁ  ଏବେ ୨୨ ମେ ୨୦୨୨ ପଯ୍ୟନ୍ତ ଅଛି । ଏହା ସହ ଖୁବଶୀଘ୍ର ଏହି ଯୋଜନାର ୧୧ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ।

ତେବେ ପିଏମ କିଷାନ ପୋର୍ଟଲରେ କୁହାଯାଇଛି ଯେ, ଆଧାର ଅଧାରିତ ଓଟିପି ପ୍ରାମାଣିକରଣ ପାଇଁ ଚାଷୀମାନଙ୍କୁ Kisan Cornerରେ e-KYC ବିକଳ୍ପ ଉପରେ କ୍ଲିକ୍ କରିବାକୁ ପଡିବ । ବାୟୋମେଟ୍ରିକ ପ୍ରାମାଣିକରଣ ପାଇଁ ନିକଟତମ ସିଏସସି ସେଣ୍ଟର ଯିବାକୁ ପଡିବ । ଏହି କାମ ଘରେ ବସି ମୋବାଇଲ୍, କମ୍ପ୍ୟୁଟର କିମ୍ବା ଲାପଟପ୍ ରୁ ଆପଣ କରିପାରିବେ ।

ଏଥିପାଇଁ ସର୍ବପ୍ରଥମେ ଆପଣ https://pmkisan.gov.in/ପୋର୍ଟାଲକୁ ଯାଆନ୍ତୁ  ଡାହାଣ ପାର୍ଶ୍ୱରେ ଆପଣ ଏହିପରି ଟ୍ୟାବ୍ ମିଳିବ । ସବୁଠାରୁ ଉପରେ e-KYC ଲେଖାଥିବା ମିଳିବ, ଏହା ଉପରେ କ୍ଲିକ କରନ୍ତୁ ।

ନାଁ ଚେକ୍ କରିବାକୁ ଆପଣଙ୍କୁ ପ୍ରଥମେ ପିଏମ କିଷାନ ଯୋଜନାର ୱେବସାଇଟ https://pmkisan.gov.inକୁ ଯିବାକୁ ପଡିବ ।

 ଏବେ ଏହାର ହୋମପେଜରେ ଆପଣଙ୍କୁ Farmers Cornerର ଅପସନ୍ ମିଳିବ ।ତାପରେ Farmers Cornerର ସେକ୍ସନର ଭିତରେ Beneficiaries Listର ଅପସନ୍ ଉପରେ କ୍ଲିକ କରନ୍ତୁ । ଏବେ ଆପଣ ଲିଷ୍ଟରେ ରାଜ୍ୟ, ଜିଲ୍ଲା, ବ୍ଲକ ଓ ଗାଁକୁ ସିଲେକ୍ଟ କରନ୍ତୁ ।ପରେ ଆପଣ Get Report ଉପରେ କ୍ଲିକ କରନ୍ତୁ । ଏହା ପରେ ଆବେଦନ କରିଥିବା କୃଷକଙ୍କ ଲିଷ୍ଟ ସାମ୍ନାକୁ ଆସିବ, ଯେଉଁଥିରେ ଆପଣ ନିଜ ନାଁ ଚେକ୍ କରିପାରିବେ ।

Spread the love