ଘରେ ତାଲା ପକାଇ ନିଆଁ ଲଗାଇଦେଲେ ଦୃବୁର୍ତ୍ତ

ଭଦ୍ରକ:ଘରେ ତାଲା ପକାଇ ନିଆଁ ଲଗାଇଦେଲେ ଦୃବୁର୍ତ୍ତ । ନିଆଁ ଦାଉରୁ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ। ଅଗ୍ନିକାଣ୍ଡରେ ୫ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ନଷ୍ଟ ହୋଇଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ଦୃବୁର୍ତ୍ତ ମାନେ ଏଭଳି କାଣ୍ଡ ଭିଆଇ ଥିବା ଅଭିଯୋଗ ହୋଇଛି।ସୂଚନା ଅନୁଯାୟୀ, ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହି ଅଞ୍ଚଳର ସୁଦର୍ଶନ ଦାସ ନିଜ ୬ ଜଣ ପରିବାର ସହ ଘର ଭିତରେ ଶୋଇଥିଲେ । ବୁଧବାର ବିଳମ୍ବିତ ରାତିରେ ହଠାତ୍‌ ଘର ଗୁଡିକ ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା ।ଶୁଦର୍ଶନଙ୍କ ପରିବାର ଲୋକ ନିଆଁ ଦାଉରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ ବାହାରକୁ ଦୌଡ଼ିବାକୁ ଲାଗିଥିଲେ ।ତେବେ ଘର କବାଟ ବାହାର ପଟରୁ ତାଲା ଦିଆଯାଇଥିବାରୁ ଆଉ ବାହାରି ନପାରି ପଛପଟ ଝରକାକୁ ଭାଙ୍ଗି ସମସ୍ତ ପରିବାର ସୁରକ୍ଷିତ ଅବସ୍ଥାରେ ବାହାରିଥିଲେ । କିନ୍ତୁ ଅଗ୍ନିକାଣ୍ଡରେ ଘରେ ଗଛିତ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଆଉ ଆସବାବପତ୍ର ଜଳି ପୋଡି ଛାରଖାର ହୋଇଯାଇଛି । ପୂର୍ବଶତ୍ରୁତାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ସୁଦର୍ଶନଙ୍କ ପରିବାର ଲୋକ । ଏନେଇ ଭଦ୍ରକ ସହରାଞ୍ଚଳ ଥାନାରେ ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Spread the love