ହତ୍ୟା ନା ଆତ୍ମହତ୍ୟା

ଭୁବନେଶ୍ୱର: ରାସ୍ତାକଡ଼ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ବେକରେ ଗାମୁଛା ସହ ଗଛକୁ ବନ୍ଧା ହୋଇଥିବା ବେଳେ ବ୍ୟକ୍ତିଜଣକ ବସିଥିବା ଦେଖିବାକୁ ମିଳିଛି। ଏହି ଅଭାବନୀୟ ଘଟଣା ଘଟିଛି କଳିଙ୍ଗ ହସ୍ପିଟାଲ ଛକରେ  ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଛେଦ ପାଇଁ ପଠାଇଛି । ତେବେ ଏହା ଆତ୍ମହତ୍ୟା କି ହତ୍ୟା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ପାରିପାର୍ଶ୍ବିକ ସ୍ଥିତିକୁ ଦେଖିଲେ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସନ୍ଦେହ ସୃଷ୍ଟି ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ତଦନ୍ତ ଓ ବ୍ୟବଛେଦ ରିପୋର୍ଟ ଆସିଲେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ଉପରୁ ପରଦା ହଟିପାରିବ ।

Spread the love