୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୯ ପଜିଟିଭ୍

ଭୁବନେଶ୍ୱର ୨୪।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ  ୬ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷ ମଧ୍ୟରେ ୩ ଆକ୍ରାନ୍ତ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୨୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୮୦୩୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି । 

Spread the love