ଓଲଟିଲା ତୀର୍ଥଯାତ୍ରୀ ବସ୍, ୨୫ ଆହତ

ଖଲ୍ଲିକୋଟ, ୨୪| ୦୪ : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା  ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭୟଙ୍କର ଦୁର୍ଘଟଣା । ଭାରସାମ୍ୟ ହରାଇଲା ତୀର୍ଥଯାତ୍ରୀ ବସ । ଏଥିରେ ୨୫ଜଣ ଆହତ ହୋଇଥିବା ସୂଚନା ମିଳିଛି । ଶନିବାର ବିଳମ୍ବିତ ରାତ୍ରରେ ଏହି ଘଟଣା ଘଟିଛି । ଏକ ତୀର୍ଥଯାତ୍ରୀ ବସ ପୁରୀରୁ ତାମିଲନାଡୁ ଫେରୁଥିଲା । ବସରେ ୫୦ରୁ ଅଧିକ ଯାତ୍ରୀ ଥିଲେ  । ତେବେ ରମ୍ଭା ନିକଟରେ ଏହା ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ପୋଲିସ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଁଚି ଉଦ୍ଧାର କାର୍ଯ୍ୟ କରିଥିଲେ । ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

Spread the love