ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନକରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନକରିବାକୁ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସହରାଞ୍ଚଳ ସହ ଗ୍ରାମାଞ୍ଚଳରେ ଯେପରି ବିଦ୍ୟୁତ୍‌ ଯୋଗାଣ ନିରବଚ୍ଛିନ୍ନ ରହୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଏଥି ସହିତ ରାଜ୍ୟରେ ଅସହ୍ୟ ଖରା ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ସରକାର ସଜାଗ ରହିଛନ୍ତି । ଅନ୍ୟପଟେ ରାଜ୍ୟରେ ଦିନକୁ ଦିନ ଅସହ୍ୟ ତାତି ହେଉଛି । ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହୁଛି । ରାଜଡ଼ଶନୀ ଭୁବନେଶ୍ୱରରେ ଗତକାଲି ୪୩ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ଆଗାମୀ ୨୭ ତାରିଖ ଯାଏ ଏପରି ପ୍ରବଳ ଖରା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

Spread the love